Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଆଜିଠୁ ପ୍ରବଳ ବର୍ଷା ! ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି। ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତିନି ଦିନ ପ୍ରବଳ ବର୍ଷା ନେଇ ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ,ଆଗାମୀ ୪ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ୧୩, ୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି,ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି , କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ସେହିପରି ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେବଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୫ ତାରିଖରେ ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ସ୍ଥିତିକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାଯୋଗ୍ୟ,ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ଷା ପରିମାଣ ବଢିବାରୁ ଚାଷ କାର୍ଯ୍ୟ ବି ଆଗେଇ ଚାଲିଛି ।

More Stories