Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ଦକ୍ଷିଣ ଓଡିଶା ଉପକୂଳ ଆଡକୁ ବ୍ୟାପିଛି । ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ । ଏହାରି ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ବିଶେଷ କରି ଉପକୂଳବର୍ତ୍ତୀ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଲଘୁଚାପ ଅଧିକ ଘନୀଭୂତ ହେବ କି ନାହିଁ ତାର ଗତି ସମୟକ୍ରମେ କେଉଁ ଦିଗକୁ ଗତି କରିବ ଏ ନେଇ ସୂଚନା ଦିଆଯାଇ ନାହିଁ ।

ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ, ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ସ୍ଥିତିକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାଯୋଗ୍ୟ,ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ଷା ପରିମାଣ ବଢିବାରୁ ଚାଷ କାର୍ଯ୍ୟ ବି ଆଗେଇ ଚାଲିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ