Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ର ସମ୍ପାଦିକା ତନୁଜା ଶତପଥୀ ସମ୍ବର୍ଦ୍ଧିତ

ପାରଳାଖେମୁଣ୍ଡି:୧୫/୭(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ପ୍ରଗତି ମହିଳା ସଙ୍ଗଠନର ସମ୍ପାଦିକା ତଥା ଗଜାପତିର ବେଶ୍ ଜଣାଶୁଣା ବ୍ୟକ୍ତିତ୍ବ ତନୁଜା ଶତପଥୀ କୋଣାର୍କ ଠାରେ ଅନୁଷ୍ଠିତ(୧୪.୦୭.୨୪) ବେଳାଭୁଇଁ ସାହିତ୍ୟ ସଂସଦ ଆନୁକୁଲ୍ୟରେ ଅନୁଷ୍ଠିତ ସ୍ଵତନ୍ତ୍ର ସାହିତ୍ୟ ଆସର *ଚନ୍ଦ୍ରଭାଗାର ଅଶ୍ରୁ* କାର୍ଯ୍ୟକ୍ରମରେ ନୃତ୍ୟ,ଗୀତ,ସାହିତ୍ୟ ସଙ୍ଗଠନ ଏଵଂ ସମାଜ ସେବା କ୍ଷେତ୍ରରେ ଯଥେଷ୍ଟ ଅବଦାନ ପାଇଁ ସମ୍ବର୍ଥିତା ହୋଇଛନ୍ତି। ତେଣୁ ବିଭିନ୍ନ ଅନୁଷ୍ଠାନ ଏବଂ ବ୍ୟକ୍ତି ବିଶେଷ ମାନେ ଶ୍ରୀମତୀ ତନୁଜା ଶତପଥୀଙ୍କୁ ଶୁଭେଛା ଓ ସଦିଚ୍ଛା ଯଣାଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l