Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡିରେ ବାହୁଡା ଯାତ୍ରାରେ ପ୍ରବଳ ଜନ ସମାଗମ

ପାରଳାଖେମୁଣ୍ଡି:୧୬/୭(ଗରୁଡ ଧ୍ଵଜ ଚୌଧୁରୀ)ଦକ୍ଷିଣ ଓଡିଶାର ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ବାହୁଡା଼ ଯାତ୍ରା ଅନୁଷ୍ଠିତ ହୋଇଯାଇଛି ତିନି ଠାକୁରଙ୍କୁ ପହଣ୍ଡି କରି ୩ ଗୋଟି ରଥକୁ ନିଆ ଯାଇଥିଲା. ଏହାପରେ ପାରଳାଖେମୁଣ୍ଡି ରାଜଜେମା କଲ୍ୟାଣୀ ଗଜପତି ତିନି ଗୋଟି ରଥରେ ପହଞ୍ଚି ପୂଜା ପାଠ କରି ଛେରା ପହଁରା କରିଥିଲେ. ଏହାପରେ ତିନି ଗୋଟି ରଥ ଟଣା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା. ତିନି ଗୋଟି ରଥ ଆଜି ପାରଳା ରାଜଦଣ୍ଡର ମଧ୍ୟ ଭାଗରେ ଅଟକି ରହିବ ବୋଲି ସୂଚନା ମିଳିଛି. ଆଜିର ଏହି ବାହୁଡା଼ ଯାତ୍ରାରେ ଅନ୍ୟ ସମସ୍ତ ଦିନ ଅପେକ୍ଷା ଦକ୍ଷିଣ ଓଡିଶା ପଡୋଶୀ ଆନ୍ଧ୍ରରୁ ବହୁ ସଂଖ୍ୟାରେ ହଜାର ହଜାର ଭକ୍ତ ଯୋଗ ଦେଇଥିଲେ.

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l