ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ


ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ । ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କ୍ୟାବିନରେ ୮ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି ।

ଜୟପୁର ବିଡିଓ ହସ୍ପିଟାଲ ଯାଇ ଡାକ୍ତରୀ ଟିମ ସହ ଆଲୋଚନା କରିଛନ୍ତି । ବର୍ତ୍ତମାନ କମଳାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି । ବାର୍ଦ୍ଧକ୍ୟ ଯୋଗୁଁ ସେ ଅସୁସ୍ଥ ହୋଇପଡ଼ିଥିବା ଜଣାଯାଇଛି ।

ସୂଚନାଯୋଗ୍ୟ, ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ । ଏଥିପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନର ସମ୍ମାନିତ କରାଯାଇଥିଲା ।