Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଆସୁଛି ଆଉ ଏକ ଲଘୁଚାପ, ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ। ଗତ ସୋମବାର ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୧୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ।

ଏହାରି ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ କନ୍ଧମାଳ, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବର୍ଷାର ପରିମାଣ ବଢ଼ିବା ସହ ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି ଆଜି ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁଯାୟୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।