ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ, ଅନୁପମ ଶାହ ଅତିରିକ୍ତ ସଚିବ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମହନଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।
୨୦୧୧ ବ୍ୟାଚ୍ ଓଡ଼ିଆ ଆଇଏଏସ ଅରିନ୍ଦମ ଡାକୁଆ ପାନୀୟ ଜଳ ଓ ପରିମଳ ବିଭାଗର ସଚିବ ସହିତ ଓଡ଼ିଶା ଜୀବିକା ମିଶନର ମିଶନ ନିର୍ଦ୍ଦେଶକ ଥିଲେ। ସେ ୨୦୧୩ ଜୁଲାଇରୁ ୨୦୧୪ ଅଗଷ୍ଟ ମାସ ପର୍ଯ୍ୟନ୍ତ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଉପଜିଳ୍ଲାପାଳ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ଏହା ସହିତ ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାପାଳ ଭାବେ କାର୍ୟ୍ୟ କରିସାରିଛନ୍ତି ।
ସେହିପରି ୨୦୧୨ ବ୍ୟାଚର ଆଇଏଏସ ଅନୁପମ ଶାହା ୨୦୧୪ ସେପ୍ଟେମ୍ବରରୁ ୨୦୧୫ ଡିସେମ୍ବର ପର୍ଯ୍ୟନ୍ତ ବାଲିଗୁଡ଼ା ଉପଜିଲ୍ଲାପାଳ ଭାବେ । ସେ କୋରାପୁଟ ଓ ଗଜପତି ଜିଲ୍ଲାପାଳ ଭାବେ ମଧ୍ୟ କାର୍ଯ୍ୟ କରି ସାରିଛନ୍ତି। ଏହା ସହିତ ଓଡ଼ିଶା ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସହ ମୋ ସ୍କୁଲର ସଦସ୍ୟ ସଚିବ ଓ ଓଡ଼ିଶା ଶ୍ରମ ଆୟୁକ୍ତ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉ ଥିଲେ ।