ନୂଆଦିଲ୍ଲୀ: ସଂସଦର ବିଜନେସ ଆଡଭାଇଜରୀ କମିଟି ଗଠନ କରିଛନ୍ତି ବାଚସ୍ପତି ଓମ୍ ବିର୍ଲା । ବିଭିନ୍ନ ଦଳର ୧୪ ଜଣ ସଦସ୍ୟଙ୍କୁ କମିଟିର ସଦସ୍ୟ ଭାବେ ସେ ମନୋନୀତ କରିଛନ୍ତି । ଏମାନଙ୍କ ମଧ୍ୟରେ ଓଡ଼ିଶାରୁ ଦୁଇଜଣ ଅଛନ୍ତି । କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ କମିଟିରେ ସ୍ଥାନ ମିଳିଛି ।
ବିଜନେସ୍ ଆଡଭାଇଜରୀ କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ ଟିଏମସି ସାଂସଦ ସୁଦୀପ ବନ୍ଦୋପାଧ୍ୟାୟ, କଂଗ୍ରେସ ସାଂସଦ ଗୌରବ ଗୋଗୋଇ, ଡିଏମକେ ସାଂସଦ ଦୟାନିଧି ମାରନ । ବିଜେପି ସାଂସଦ ପିପି ଚୌଧୁରୀ, ଅନୁରାଗ ଠାକୁରଙ୍କ ଭଳି ନେତାଙ୍କୁ ବି ବିଜନେସ୍ ଆଡଭାଇଜରୀ କମିଟି ପାଇଁ ମନୋନୀତ କରିଛନ୍ତି ବାଚସ୍ପତି ।
ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବ ସଂସଦର ବେଜଟ୍ ଅଧିବେଶନ । ୨୩ ତାରିଖରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।