Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାରେ ଲଘୁଚାପ ଜନିତ ପ୍ରବଳ ବର୍ଷା ନିମନ୍ତେ ଜିଲ୍ଲାପାଳଙ୍କ ଜରୁରୀ ବୈଠକ

ପାରଳାଖେମୁଣ୍ଡି:୧୯/୭(ଗରୁଡ଼ ଧ୍ଵଜ ଚୌଧୁରୀ)ପାଣିପାଗ ବିଭାଗ ସୂଚନା ମୁତାବକ ଗଜପତି ଜିଲ୍ଲାରେ ୨୦ ତାରିଖ ଠାରୁ ୨୨ତାରିଖ ପର୍ଯ୍ୟନ୍ତ ଲଘୁଚାପ ଜନିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଅଛି । ପୂର୍ବାନୁମାନ ଯେ ଗଜପତି ଜିଲ୍ଲାରେ ସତର୍କ ରହିବା ନିମନ୍ତେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ବୈଠକ ଆଭାସୀ ମାଧ୍ୟମରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସମସ୍ତ ଲାଇନ ବିଭାଗୀୟ ଅଧିକାରୀମାନଙ୍କୁ ଅବଗତ କରାଇଥିଲେ ଯେ ପାଣିପାଗ ବିଭାଗର ସୂଚନା ମୁତାବକ ଆସନ୍ତା ୨୦ତାରିଖ ଠାରୁ ୨୨ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଣୁ ଜିଲ୍ଲାରେ ତଳିଆ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣ ଧନଜୀବନ ସୁରକ୍ଷା ଲାଗି ବିଭିନ୍ନ ପଦକ୍ଷେପ ନେବାକୁ ନିର୍ଦ୍ଧେଶ ଦିଆଯାଇଛି । ଜିଲ୍ଲାରେ ୧୨୯ ଗୋଟି ଭୂସ୍ଖଳନ ଚିହ୍ନଟ ହୋଇଥିବା ଜାଗାରେ ସତର୍କ ରହିବାକୁ ସୂଚନା ଦିଆଯାଇଛି । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ କୌଣସି ସରକାରୀ କର୍ମଚାରୀ ହେଡକ୍ୱାଟର ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ଓ ଯେଉ ମାନେ ଛୁଟିରେ ଥିବେ ସେମାନେ ନିଜ କାର୍ଯ୍ୟାଳୟରେ ଯୋଗଦେବାକୁ ପାଇଁ କୁହାଯାଇଛି। ଜିଲ୍ଲାର କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ପାରଳାଖେମୁଣ୍ଡି ପୌର ପରିଷଦ ତଳିଆ ଅଞ୍ଚଳରେ ବର୍ଷା ଜନିତ ପାଣି ଜମା ହେବାର ସମ୍ଭାବନା ରହିଛି । ତେଣୁ ସ୍ଥିତି କୁ ଧ୍ୟାନରେ ରଖି ପୂର୍ବ ପ୍ରସ୍ତୁତି କରିବାକୁ କୁହାଯାଇଛି । ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଅଛି ଏଣୁ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହୋଇପାରେ ,ତେଣୁ ପୂର୍ବରୁ ଉକ୍ତ ସ୍ଥାନଗୁଡିକ ଚିହ୍ନଟ କରି ଆଗୁଆ ସଜାଗ ରହିବାକୁ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି । ବାତ୍ୟା ଆଶ୍ରୟ ସ୍ଥଳ ତଥା ସ୍କୁଲ, କଲେଜ ଓ ଅଙ୍ଗୱାଡ଼ି କେନ୍ଦ୍ର ଗୁଡିକୁ ଯାଞ୍ଚ୍ କରି ସଜାଗ ରଖିବାକୁ କୁହାଯାଇଛି
ଏହି ଜରୁୀକାଳୀନ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ କମଳକାନ୍ତ ପଣ୍ଡା ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ