ଆଜିଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା


କଟକ: ଆଜିଠୁ ରାଜ୍ୟରେ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ।

ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ଟା ଠାରୁ ଆରମ୍ଭ ହୋଇ ପୂର୍ବାହ୍ନ ସାଢ଼େ ୧୧ଟା ପର୍ଯ୍ୟନ୍ତ ହେବ ।

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି । ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି । ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ ।