Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରିରେ ଆତଙ୍କରାଜ ସୃଷ୍ଟି କରି ଫେରାର ଥିବା ଅଭିଯୁକ୍ତ ଗିରଫ

ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରିରେ ଆତଙ୍କରାଜ ସୃଷ୍ଟି କରି ଫେରାର ଥିବା ଅଭିଯୁକ୍ତ ଗିରଫ
ପାରଳାଖେମୁଣ୍ଡି:୨୩/୭(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ରେ ବୋମା ପକାଇ ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ଆଉ ଜଣକୁ ଗିରଫ କରିଛି ପୁଲିସ। ଗିରଫ ଅଭିଯୁକ୍ତ ହେଲେ ଆର.ଉଦୟଗିରିର ସମୀର ଦଳେଇ (୨୫) । ପୂର୍ବରୁ ପାଇକ ସାହିରେ ଘଟଣାରେ ୫ ଜଣ ଗିରଫ ହୋଇଥିଲେ। ସୋମବାର ସମୀରକୁ କୋର୍ଟ ଚାଲାଣ କରାଯାଇଥିବା ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ପୁରୁଷୋତ୍ତମ କହିଛନ୍ତି l ପୁଲିସ ସୂତ୍ରରୁ ମିଳିଥିବା ସୂଚନା ପ୍ରକାରେ ଗତ ଫେବୃଆରୀ ୭ ତାରିଖ ଦିନ ୬ ଜଣ ଯୁବକ ଚନ୍ଦ୍ରଗିରିରେ ବୋମା ଆତଙ୍କ ସୃଷ୍ଟି କରିବା ସହ କିଛି ଲୋକ ସହ ଗଣ୍ଡଗୋଳ କରିଥିଲେ। ୬ ଯୁବକଙ୍କ ମଧ୍ୟରୁ ଜଣେ ଚନ୍ଦ୍ରଗିରିର ହୋଇଥିବା ବେଳେ ୫ ଜଣ ଆର. ଉଦୟଗିରିର। ଘଟଣା ପରେ ୫ ଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା I ଆଉ ଜଣେ ଅଭିଯୁକ୍ତ ସମୀର ଫେରାର ଥିଲା I ତାକୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଫାଣ୍ଡି ଅଧିକାରୀ କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l