Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ବିଧାନସଭାରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍ ୨୦୨୪

ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍ ୨୦୨୪। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଗତ ଫେବୃଆରୀ ମାସରେ ପୂର୍ବ ସରକାର କାମଚଳା ବଜେଟ ଆଣିଥିଲେ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇ ଆର୍ଥିକ ବର୍ଷର ପ୍ରଥମ ତିନି ମାସ ପାଇଁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କା ପାଇଁ ବ୍ୟୟ ମଂଜୁରୀ ଅଣାଯାଇଥିଲା। ଏବେ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବେ। ଏହା ମୋହନ ସରକାରର ପ୍ରଥମ ବଜେଟ।

୨୦୨୩-୨୪ରେ ଓଡ଼ିଶାର ଅର୍ଥନୀତି ୮.୫ ପ୍ରତିଶତ ଅଭିବୃଦ୍ଧି ହାସଲ କରିବ। ୨୦୨୨-୨୩ରେ ଏହା ୭.୯ ପ୍ରତିଶତ ଥିଲା। ଶିଳ୍ପ ଏବଂ ସେବା କ୍ଷେତ୍ରରେ ଉଚ୍ଚ ଅଭିବୃଦ୍ଧି ଯୋଗୁ ଏହା ସମ୍ଭବ ହୋଇଛି। ୨୪ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ଗଠିତ ବିଜେପି ସରକାରଙ୍କ ପକ୍ଷରୁ ଆଜି ପ୍ରକାଶିତ ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟରେ ଏହା କୁହାଯାଇଛି। ଅର୍ଥନୀତି ଆଗକୁ ବଢ଼ିବା ଫଳରେ ରାଜ୍ୟବାସୀଙ୍କ ମୁଣ୍ଡପିଛା ଆୟ ବଢ଼ି ୨୦୨୩-୨୪ରେ ୧,୬୧,୪୩୭ ଟଙ୍କାରେ ପହଞ୍ଚିଛି।

ତେବେ ଦେଶର ମୁଣ୍ଡପିଛା ଆୟ ୧,୮୪,୨୦୫ ଟଙ୍କା ରହିଛି। ତେଣୁ ଜାତୀୟ ସ୍ତର ତୁଳନାରେ ରାଜ୍ୟରେ ମୁଣ୍ଡପିଛା ଆୟ ୧୨.୪ ପ୍ରତିଶତ କମ୍ ରହିଛି। ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଛା ଆୟ ବାର୍ଷିକ ୧୨.୧ ପ୍ରତିଶତ ହାରରେ ବୃଦ୍ଧି ପାଇଛି। ୧୭ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡ଼ିଶା ୨୦୨୨-୨୩ରେ ଏକାଦଶ ସ୍ଥାନ‌ରେ ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ