Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ:ଆଳୁ ସମସ୍ୟାର ସମାଧାନ ପାଇଁ ଆଲୋଚନା

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ।