Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିକାଶ କଲେଜରେ “ହୋନର ରୋଲ-୨୦୨୪” ପାଳିତ।

କଳାହାଣ୍ଡି:୨୮/୦୭
କଳାହାଣ୍ଡି ଜିଲ୍ଲା ଭବାନୀପଟଣା ସ୍ଥିତ ସ୍ଥାନୀୟ ବାନ୍ଦୋପୋଲା ସ୍ଥିତ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ ପରିସର ସମ୍ମିଳନୀ ପ୍ରକୋଷ୍ଠ ମଧ୍ୟରେ ସି.ବି.ଏସ.ଇ, ସି.ଏଚ.ଏସ.ଇ, ଡିଗ୍ରୀ, ବି.ବି.ଏ, ବି.ସି.ଏ, ବିଭାଗରେ ୮୦ ପ୍ରତିଶତରୁ ଉର୍ଦ୍ଧ୍ଵ ନମ୍ବର ରଖି କୃତିତ୍ଵ ହାସଲ କରିଥିବା ଛାତ୍ରଛାତ୍ରୀ ଓ ଅଭିଭାକଙ୍କୁ ନେଇ ଏକ ସମ୍ବର୍ଦ୍ଧନା ଉତ୍ସବ “ହୋନର ରୁଲ-୨୦୨୪” ପାଳିତ ହୋଇ ଯାଇଛି ।
ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ, ଓଡିଶା ଶ୍ରୀଯୁକ୍ତ ଡି. ନାଗେଶ୍ଵର ରାଓ, ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ, ଭବାନୀପାଟଣା ନିର୍ଦ୍ଦେଶକ ଶ୍ରୀଯୁକ୍ତ ଡି. ଶ୍ୟାମ, ଅନ୍ୟତମ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଡି. ରାମ କୁମାର, ଏକାଡେମିକ୍ ଇନଚାର୍ଜ ଡି. ବିଜୟା, ପରିଚାଳନା ମଣ୍ଡଳୀ ସଦସ୍ୟ ଡି. ପଦ୍ମିନୀ, ଓ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ ଭବାନୀପାଟଣା ର ସମସ୍ତ ବିଭାଗର ଅଧ୍ୟକ୍ଷ ପ୍ରମୁଖ ମଞ୍ଚାସୀନ ଥିଲେ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଯୁବରାଜ ନାୟକ ଅତିଥିଙ୍କ ପରିଚୟ ପ୍ରଦାନ ଓ ସ୍ଵାଗତ ଭାଷଣ ଦେଇଥିଲେ । ସମସ୍ତ ଅତିଥିଗଣ ନିଜ ନିଜ ବକ୍ତବ୍ୟରେ କୃତି ବିଦ୍ୟାର୍ଥୀ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ । ୭୦ ଜଣ କୃତି ବିଦ୍ୟାର୍ଥୀ ଓ ଅଭିଭାବକ ଙ୍କୁ ବିକାଶ ସ୍ମାରକୀ ଫଳକ ସହ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇ ଥିଲା । ପରିଶେଷରେ ବି.ବି.ଏ, ବି.ସି.ଏ ବିଭାଗର ଅଧ୍ୟକ୍ଷ ଡ. ସୁଦୀପ୍ତ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ସଫଳ କରିବାରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଅଧ୍ୟାପକ ଅଧ୍ୟାପିକା ଓ ସମସ୍ତ କର୍ମଚାରୀଙ୍କ ସହଯୋଗ ରହିଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories