Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୋବିନ୍ଦପୁର ରାଜସ୍ବ ନିରୀକ୍ଷକ ନୂତନ କାର୍ଯ୍ୟାଳୟ ଉଦଘାଟିତ

ଝାରସୁଗୁଡା ୩୦/୭ (ଓଡ଼ିଶା ନ୍ୟୁଜ) ଝାରସୁଗୁଡା ଜିଲ୍ଲା ଲଖନପୁର ତହସିଲ କଦମଡିହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଠାରେ ନବ ନିର୍ମିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ । ଲଖନପୁର ତହସିଲଦାର ଲୋପାମୁଦ୍ରା ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅନ୍ୟ ଅଧିକାରୀ ମାନଙ୍କ ମଧ୍ୟରେ ଝାରସୁଗୁଡା ଜିଲ୍ଲା ଉପ ଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା,ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) କିଶୋର ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରବୀର କୁମାର ନାୟକ,ଅତିରିକ୍ତ ତହସିଲଦାର କୁଳମଣି ଦଳାଇ ଓ ଲିପସା ପଟେଲ, ସୁପରଭାଇଜର ସରୋଜ ସା,ଗୋବିନ୍ଦପୁର ଆରଆଇ ନାରାୟଣ କୁଅଁର,କନକତୋରା ଆରଆଇ ବିଶ୍ୱନାଥ ପଧାନ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ରାଜସ୍ବ ମନ୍ତ୍ରୀ ଶ୍ରୀ ପୂଜାରୀ ହୀରାକୁଦ ବିସ୍ଥାପିତଙ୍କୁ ଜମିପଟ୍ଟା ବଣ୍ଟନ କରିବା ସହ କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ । ଅତିରିକ୍ତ ତହସିଲଦାର କୁଳମଣି ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ