Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଆଜି ଏବଂ କାଲି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।