Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରଥଯାତ୍ରା ପାଇଁ ରଥକାଠ ଅନୁକୂଳ; ଆରମ୍ଭ ହେବ ରଥକାମ

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ। ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ସମ୍ମୁଖରେ ରଥଖଳାକୁ ଆଜ୍ଞାମାଳ ବିଜେ କରିବା ପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣ ଅନୁକୂଳ କରାଯିବ ।

ବୈଶାଖ ମାସ ତୃତୀୟା ସତ୍ୟ ଯୁଗର ଉତ୍ପତି ଦିବସ ହୋଇଥିବା ବେଳେ ରାଜଗୁରୁ ଓ ସ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ବନଯାଗ ପଦ୍ଧତିରେ ଅନୁକୂଳ କରାଯିବ ରଥ କାମ । ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦାରଙ୍କ ସମେତ, ମୁଖ୍ୟ କମାର, କରତୀ ଓ ରୂପକାର ସେବାୟତମାନଙ୍କୁ ରାଜଗୁରୁ ଶାଢ଼ୀ ବାନ୍ଧିବା ପରେ ଆରମ୍ଭ ହେବ ରଥକାମ ।

ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ଚନ୍ଦନ ଯାତ୍ରା । ଏଥିପାଇଁ ନରେନ୍ଦ୍ର ପୋଖରୀରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଆସନ୍ତା ଜୁନ୍‌ ୨୦ରେ ପଡ଼ୁଛି ପବିତ୍ର ରଥଯାତ୍ରା।