Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ୩ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ସେ ନୂଆଦିଲ୍ଲୀରେ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର‌୍ୟ୍ୟକ୍ରମରେ ଦେବେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥର ବିକାଶ ନେଇ ଆଲୋଚନା କରିବେ ବୋଲି ସୂଚନା ରହିଛି।।

ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ କେତେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଏହି ଗସ୍ତ ସମୟରେ ଭେଟିବାର କାର‌୍ୟ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ, ଜୁଲାଇ ୨୬ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ।ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିଥିଲେ ସିଏମ୍।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ