ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


ତରଭା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ୩୮ ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଆଜିର ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଆନୁକୂଲ୍ୟରେ ପାଞ୍ଚଗୋଟି ଦମ୍ପତି ଙ୍କୁ @ ଟ ୨,୫୦,୦୦୦ ଲେଖାଏଁ ଭିନ୍ନକ୍ଷମ ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ । ତରଭା ବିଡିଓ ଅନିଲ କୁମାର କୁଲୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୁବର୍ଣ୍ଣପୁର ସୂରଜ କୁମାର ପଟ୍ଟନାୟକ , ସି ଡି ଏମ ଓ ଡ ଦୁର୍ଗା ଦତ୍ତ ଦାସ, ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ , ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ , ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ତହସିଲଦାର ତରଭା , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଭା , ଡେପୁଟି କଲେକ୍ଟର ( ଗ୍ରୀଭେନସ ) ଶୁଭଶ୍ରୀ ରଥ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l