Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜଙ୍କ ପରଲୋକ

ଝାରସୁଗୁଡ଼ା: ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଏକ ଘରୋଇ ହସ୍ପିଟାଲରେ ତାଭ୍କର ପରଲୋକ ଘଟିଛି । ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ।

ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ସେ ବାସିନ୍ଦା ଥିଲେ । ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ଗୋପାଳ ରହୁଥିଲେ । ଗତକାଲି ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଝାରସୁଗୁଡ଼ାରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।