Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟସଭା ଉପ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ, ଓଡିଶାରୁ କିଏ ଯିବେ ଉଚ୍ଚ ସଦନ ?

ଭୁବନେଶ୍ୱର: ରାଜ୍ୟସଭା ଉପ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ। ୨୨ ତାରିଖରେ ଯାଞ୍ଚ ପ୍ରକ୍ରିୟା ରହିଛି। ୨୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ରହିଛି। ସେପ୍ଟେମ୍ବର ୩ ତାରିଖରେ ନିର୍ବାଚନ ହେବ । ଏହାକୁ ନେଇ ଓଡିଶା ରାଜନୀତି ଉଷ୍ମ ହେବାକୁ ଯାଉଛି । ଓଡିଶାରେ ଗୋଟିଏ ଆସନ ଖାଲି ରହିଛି । ଏହା ଉପରେ ଏବେ ବିଜେପି ଓ ବିଜେଡି ନଜର ରହିଛି ।

ସମୁଦାୟ ୯ଟି ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ହେଉଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଆସନଟି ବିଜେପି ଖାତାକୁ ଯିବ। ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜେପିରୁ କିଏ ପ୍ରାର୍ଥୀ ହେବେ? ମମତା ମହାନ୍ତ ବିଜେପିରୁ ପ୍ରାର୍ଥୀ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ମମତା ମହାନ୍ତ ନିକଟରେ ରାଜ୍ୟସଭା ପଦ ଓ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି। ତେଣୁ ସେ ବିଜେପିରୁ ପ୍ରାର୍ଥୀ ହେବାର ସମ୍ଭାବନା ରହିଛି।

ରେସରେ ସବୁଠାରୁ ଆଗରେ ରହିଛନ୍ତି ବିଜେପିରେ ସାମିଲ ହୋଇଥିବା ମମତା ମହାନ୍ତଙ୍କ ନାଁ। ଏଥିସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନାଁକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ନାଁକୁ ନେଇ ବି ମଧ୍ୟ କଳ୍ପନାଜଳ୍ପନା ଜାରି ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ