ଭୁବନେଶ୍ୱର: ସମଗ୍ର ଦେଶରେ ଆଜି ୭୮ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଆଜି ରାଜଧାନୀରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ପ୍ରଥମ ଥର ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ହୋଇଥିଲା । ଏଥିହସ ରାଜ୍ୟସ୍ତରୀୟ ପରେଡକୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ ଏହିଅ ବସରରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିଛନ୍ତି । ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ସେ କହିଛନ୍ତି ଭାରତର ସ୍ୱାଧୀନତା ସଂଗ୍ରାମ ଦେଶରେ ଅନନ୍ୟ ଅଧ୍ୟାୟ । ଏହା ଇଂରେଜମାନଙ୍କ ମୂଳଦୁଆ ଦୋହଲାଇ ଦେଇଥିଲା । ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି । ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢିଛି । ଖୁବ୍ ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ । ୨୦୪୭ ସୁଦ୍ଧା ଭାରତ ବିଶ୍ୱଗୁରୁ ହେବ । ଓଡିଶାବାସୀ ସ୍ୱାଭିମାନୀ, ଚଣ୍ଡାଶୋକକୁ ଧର୍ମାଶୋକରେ ପରିଣତ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ । ବଡ ସ୍ୱପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି । ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନଭଣ୍ଡାର ଖୋଲିଛୁ, ଓଡିଆ ଅସ୍ମିତା ପାଣ୍ଠି କରିଛୁ । ଧାନ କୁଇଣ୍ଟାଲ ୩୧ ଶହ ଟଙ୍କା, ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଲାଗୁ ହେବ । ଏହି ଦୁଇଟି ପଦକ୍ଷେପ ଗ୍ରାମାଞ୍ଚଳ ଅର୍ଥନୀତିକୁ ସୁଦୃଢ କରିବ । ଖାଲି ପଡିଥିବା ଦେଢ ଲକ୍ଷ ପଦବୀ ପୂରଣ ପାଇଁ ପଦକ୍ଷେପ । ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ।
ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ ଦେଇଛନ୍ତି। ପୁଲିସ ସହ ସିଆରପିଏଫ୍, ୧୨୦ ବାଟାଲିୟନ୍, ସିଆଇଏସ୍ଏଫ୍, ଟ୍ରାଫିକ୍, ବିଏସ୍ଏଫ୍, ଅଗ୍ନିଶମ ବହିନୀ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ପରେଡ଼ରେ ଯୋଗ ଦେଇଛନ୍ତି।