Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନିଆଁ ଲାଗି ଜୀବନ୍ତ ଜଳିଗଲେ ଭାଇଭଉଣୀ

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା  ବଳରାମପୁର ଗାଁରେ ଘଟିଛି ହୃଦୟ ବିଦାରକ ଘଟଣା । ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଉଭଉଣୀ । ଉଭୟ ନାବାଳକ ଓ ନାବାଳିକା ବୋଲି ଜଣାପଡ଼ିଛି । ମୃତ ଝିଅଙ୍କ ବୟସ ୧୧ ବର୍ଷ ହୋଇଥିବା ବେଳେ ତାଙ୍କ ଭାଇଙ୍କ ବୟସ ୯ ବର୍ଷ ।

ଆଜି ସକାଳେ ବାପାମା’ ବାହାରେ କୌଣସି କାମ କରୁଥିବା ବେଳେ ଭାଇଭଉଣୀ ଘରେ ଥିଲେ । ଏହି ସମୟରେ ଘରେ ନିଆଁ ଲାଗିଯାଇଥିଲା ।  ଭାଇଭଉଣୀଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ଲୋକେ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନଥିଲା । ସେତେବେଳକୁ ନିଆଁ ଚାରିଆଡକୁ ବ୍ୟାପି ଯାଇଥିଲା । 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories