ଯାଜପୁର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ । ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ସରକାରୀ ଟିକସ ହେରଫେର ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି । ପ୍ରାୟ ୫.୮୫ ଲକ୍ଷ ରାଜସ୍ୱ ହେରଫେର କରିଥିବା ଜଣାପଡ଼ିଛି ।
ଜିଏସଟି ଅତିରିକ୍ତ କମିଶନର ଜଣେ ଡିଲରଠାରୁ ଜବତ ସ୍କ୍ରାପ୍କୁ ଅନ୍ୟତ୍ର ବିକ୍ରି କରିଥିବା ତାଙ୍କ ନାଁରେ ଅଭିଯୋଗ ରହିଛି । ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି ।
ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ୍ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି । କଟକ ଭିଜିଲାନ୍ସ ଡିଭଜନ ପକ୍ଷରୁ ଏହି ଚଢ଼ାଉ କରାଯାଇଛି । ଚଢ଼ାଉ ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି ।