ଓଡ଼ିଶା ମଦମୃତ୍ୟୁ ଘଟଣା, ଦୁଇ ଅବକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ


ଗଞ୍ଜାମ: ଚିକିଟି ମଦ ମୃତ୍ୟୁ ଘଟଣାକୁ ନେଇ ଆକ୍ସନ ମୋଡ଼ରେ ରାଜ୍ୟ ସରକାର । ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଥିବା ବେଳେ ଆଜି ୨ ଅଧିକାରୀଙ୍କୁ ବଦଳି କରିଛନ୍ତି ।

ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି କରାଯାଇଛି । ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତିଙ୍କ କୋରାପୁଟକୁ ବଦଳି କରାଯାଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲି ଢେଙ୍କାନାଳକୁ ବଦଳି ହୋଇଛନ୍ତି ।

ଚିକିଟି ମଦ ଟ୍ରାଜେଡିକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହେବା ପରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ କରାଯାଇଛି । ଗତକାଲି ସନ୍ଧ୍ୟା ସୁଦ୍ଧା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭ ହଜାର ୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି । କେବଳ ଗଞ୍ଜାମ ଜିଲ୍ଲାରୁ ୩୮୫ ଲିଟର ମଦ ଜବତ କରାଯାଇଛି ।

ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲା ଟିକିରିରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ୧୨ରୁ ଅଧିକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।