ବନ୍ଦ ଘରୁ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର


ବାଲେଶ୍ବର: ୬ ମାସ ହେବ ଚାକିରି କରିଥିଲେ । ହେଲେ ଆଜି ସକାଳୁ ବନ୍ଦ କୋଠରୀରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ । ଏପରି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ । ମୃତା ଯୁବତୀ ହେଲେ ମୋନାଲିସା ହେମ୍ବ୍ରମ । ସେ ଭୋଗରାଇ ବ୍ଲକରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ ।
ମୋନାଲିସାଙ୍କ ଘର ବାରିପଦାରେ । ସେ ଭୋଗରାଇ ବ୍ଲକରେ ପ୍ରଥମ ଚାକିରି କରିଥିବା ବେଳେ ଭଡ଼ା ନେଇ ରହୁଥିଲେ । ଆଜି ପ୍ରାୟ ସକାଳ ୧୦ଟା ପର୍ଯ୍ୟନ୍ତ ସେ ନିଜ ରୁମ୍‌ କବାଟ ଖୋଲି ନଥିଲେ । ପଡ଼ୋଶୀ ବହୁ ସମୟ କବାଟ ବାଡ଼େଇବା ପରେ ବି ମୋନାଲିସା କବାଟ ନ ଖୋଲିବାରୁ ସେମାନେ ପୋଲିସ୍‌କୁ ଖବର ଦେଇଥିଲେ । ପୋଲିସ୍ ପହଞ୍ଚି କବାଟ ଭାଙ୍ଗି ମୋନାଲିସାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲା ।
ଏନେଇ ପୋଲିସ୍‌ ମୋନାସିଲାଙ୍କ ପରିବାରବର୍ଗଙ୍କୁ ଖବର ଦେବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ମୋନାଲିସା ଆତ୍ମହତ୍ୟା କରିଛନ୍ତି ନା ଏହା ଏକ ହତ୍ୟା ତାହା ତଦନ୍ତ ପରେ ଜଣାପଡ଼ିବ ।