Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅବକାରୀ ବିଭାଗର ଚଢାଉ, ବିପୁଳ ପରିମାଣର ଦେଶୀ ମଦ ଓ ମହୁଲି ପୋଚ ନଷ୍ଟ

କନ୍ଧମାଳ : (ସଞ୍ଜୟ କୁମାର ପାଣିଗ୍ରାହୀ): ଅବକାରୀ ଅଧୀକ୍ଷକ ଝସ କେତନ ବରିହାଙ୍କ ନିର୍ଦ୍ଦେଶରେ କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ଗୁଡାରି ଗାଁ ପାଖରେ ଥିବା ଏକ ଜଙ୍ଗଲରେ ବେଆଇନ ଭାବରେ ରନ୍ଧା ଯାଉଥିବା ଦେଶୀ ମଦ ଭାଟିକୁ ସମ୍ପୂର୍ଣ୍ଣ ନଷ୍ଟ କରିଦିଆଯାଇଛି । ଏହା ସହ ୩୨୦୦ କେଜି ପୋଚ ସହ ୨୨୦ ଲିଟର ଦେଶୀ ମଦ ଜବତ କରାଯାଇ ନଷ୍ଟ କରାଯାଇଛି । ତେବେ ଜବତ ମଦ ଓ ପୋଚର ଆନୁମାନିକ ମୂଲ୍ୟ ୪ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ସୂଚନା ଦିଆଯାଇଛି। ସେହିପରି ଫିରିଙ୍ଗିଆ ଥାନା ଅନ୍ତର୍ଗତ ଗେରୁପଡା ପାହାଡ଼ ପାଖ ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରି ୧୫୨୦ କେଜି ମହୁଲ ପୋଚ ସହ ୮୦ ଲିଟର ହାତ ରନ୍ଧା ମହୁଲି ମଦ ନଷ୍ଟ କରାଯାଇଛି l ଘଟଣାରେ କୌଣସି ଅଭିଯୁକ୍ତ ଧରାପଡି ନାହାନ୍ତି l ଏହି ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଇନ୍ସପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ