Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟ ଦଳନ ଲୀଳା

ପୁରୀ: ଭାଦ୍ରବ କୃଷ୍ଣ ଏକାଦଶୀ ବା କାଳୀୟ ଦଳନ ଏକାଦଶୀ । ଏ ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହେବ କାଳୀୟ ଦଳନ ଲୀଳା ।

ଶ୍ରୀଜିଉଙ୍କ ଆଜ୍ଞାମାଳ ବିଜେ ପରେ ପାଲିଙ୍କିରେ ମଣ୍ଡପ ଯିବେ କରିବେ ଚଳନ୍ତି ପ୍ରତିମା । ସେଠାରେ ମହାଭୋଇ ସେବାୟତମାନେ ସରଲବଣୀ ଭୋଗ ଲାଗି କରିବା ପରେ ମାର୍କଣ୍ଡ ପୁଷ୍କରିଣୀରେ କାଳୀୟ ଦଳନ ଲୀଳା ଅନୁଷ୍ଠିତ ହେବ । ଅନ୍ୟପଟେ ଏ ଅବସରରେ ଶ୍ରୀଜିଉ କାଳୀୟ ଦଳନ ବେଶରେ ଦର୍ଶନ ଦେବେ ।

ଜଗନ୍ନାଥବଲ୍ଲଭ ମଠରୁ ଆସିଥିବା ଅମୃତ ଲଡୁକୁ ପୁଷ୍ପାଳକ ସେବାୟତମାନେ ଶ୍ରୀବିଗ୍ରହରେ ଲାଗି କରିବାର ପରମ୍ପରା ରହିଛି । ବିଶ୍ୱସ ରହିଛି ଶ୍ରୀଜିଉଙ୍କ ଏ ଦୁର୍ଲଭ ବେଶ ଦର୍ଶନ ସହ ଲଡୁ ଭୋଗ ଖାଇଲେ ସର୍ପଦଂଶନ ଯୋଗ କଟିଥାଏ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ