ସମ୍ବଲପୁର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି।
ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ।
ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ କୋର୍ଟ, କଚେରୀ ( କାର୍ଯ୍ୟ ନିର୍ବାହୀ ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି l