Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଉ ଏକ ପଶ୍ଚିମା ଝଡ଼ ଆଶଙ୍କା; ୨୭ରୁ ବର୍ଷିବ

ଭୁବନେଶ୍ବର: ଅସହ୍ୟ ଗରମରୁ ଆଶ୍ପସ୍ତି ଦେଉଛି କାଳବୈଶାଖୀ ବର୍ଷା। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଏଥିପାଇଁ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଲାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରରେ କାଳବୈଶାଖୀ ବର୍ଷା ହେବା ୱାର୍ଣ୍ଣିଂ ଜାରି କରାଯାଇଛି।

ବର୍ଷା ସମୟରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଥିବା ମଧ୍ୟ ଆକଳନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତାକାଲି ରାଜ୍ୟରେ ଆଉ ଏକ ପଶ୍ଚିମା ଝଡ଼ ସକ୍ରିୟ ହେବା ନେଇ ଆଶଙ୍କା କରାଯାଇଛି। ଯାହାର ପ୍ରଭାବରେ ୨୭ ତାରିଖରୁ ବର୍ଷା ବଢିବା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ୨୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି ହୋଇଥିବାବେଳେ ୫ ଜିଲ୍ଲାରେ କୁଆପଥର ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ