ତାଳଚେର: ତାଳଚେର ଖଣି ଉପ ନିର୍ଦ୍ଦେଶକଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଧରଣୀଧରଙ୍କ ତାଳଚେର ଅଫିସ, ସରକାରୀ ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, ଭୁବନେଶ୍ୱର ପଟିଆରେ ଥିବା ଘର, ସିଂକୁଳବାହାଲରେ ଥିବା ମାର୍କେଟ କଂପ୍ଲେକ୍ସ ଓ କେନ୍ଦୁଝର ପଣ୍ଡାପଡ଼ା ଥାନା ପୁରମୁଣ୍ଡାରେ ଥିବା ଶ୍ୱଶୁର ଘର ସମେତ ୮ଟି ସ୍ଥାନରେ ଚଢ଼ାଉ କରାଯାଇଛି । ଚଢ଼ାଉ ବେଳେ ଧରଣୀଧରଙ୍କ ଘରୁ ୫ ଲକ୍ଷ ୬୦ ହଜାର ଟଙ୍କା ଜବତ ହୋଇ ଥିବା ସୂଚନା ମିଳିଛି ।
ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା । ଧରଣୀଧର ବାଲି ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ମୋଟା ଅଙ୍କର ଟଙ୍କା ନେଉଥିବା ଅଭିଯୋଗ ହୋଇଥିଲା । ଚଢ଼ାଉରେ ୧୦ ଜଣ ଭିଜିଲାନ୍ସ ଡିଏସପି, ୧୬ ଇନ୍ସପେକ୍ଟର, ୭ ଜଣ ଏଏସଆଇ ସାମିଲ ହୋଇଛନ୍ତି ।