Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରବଳ ବର୍ଷା ସମ୍ଭାବନା: ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ, ଗଣେଶ ପୂଜାରେ ନିର୍ଧୁମ ଛେଚିବ

CREATOR: gd-jpeg v1.0 (using IJG JPEG v62), quality = 82

ଭୁବନେଶ୍ବର: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପୁଣି ଏକ ଲଘୁଚାପ । ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ । ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଆଜିଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ଘଡଘଡି ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା ଓ ବଲାଙ୍ଗୀରକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିଭଳି ଆସନ୍ତାକାଲି ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୨ଟି ଜିଲ୍ଲାକୁ ବଜ୍ରପାତ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

୭ ତାରିଖ ଗଣେଶ ପୂଜାରେ ମଧ୍ୟ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ଅନୁଗୁଳ ଓ ଢେଙ୍କାନାଳକୁ ସତର୍କତା ଜାରି କରାଯାଇଛି । ବର୍ଷା ଲାଗି ରହିଥିଲେ ବି ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।