Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳନ

ପାରଳାଖେମୁଣ୍ଡି:୫/୯(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଭାରତର ଦ୍ଵିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିନ ଅବସରରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂ ଶାସିତ ମହାବିଦ୍ୟାଳୟର ଅବସର ପ୍ରାପ୍ତ ଉଦ୍ଭିଦ ବିଜ୍ଞାନର ଡେମନ୍ ଷ୍ଟ୍ରେଟର୍ ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମହାପାତ୍ର ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ପ୍ରଫୁଲ୍ଲ କୁମାରୀ ମହାପାତ୍ର ,ମହେନ୍ଦ୍ର ଗିରି ମନୁସିପାଲ୍ ହାଇସ୍କୁଲ ଅବସର ପ୍ରାପ୍ତ ସରକାରୀ ଶିକ୍ଷୟିତ୍ରୀଙ୍କୁ ଅନୁଷ୍ଠାନର ବରିଷ୍ଠ ଉପଦେଷ୍ଟା ପୂଜ୍ୟ ମହନ୍ତ ଶ୍ରୀ ରାମାନନ୍ଦ ଦାଶ ଉପଢୌକନ,ପୁଷ୍ପଗୁଚ୍ଛ,ଶ୍ରୀଫଳ ଧଦେଇ ସମ୍ବର୍ଦ୍ଧିତ କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାର, ଉପ- ସଭାପତି ଶ୍ରୀଯୁକ୍ତ ସଂଜୟ ଜେନା,ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ,ଯୁଗ୍ମ- ସମ୍ପାଦକ ବିଭୂତି ଭୂଷଣ ରଥ, କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ ଚନ୍ଦ୍ର ପାଢ଼ୀ,ସଦସ୍ୟା ଶ୍ରୀମତୀ ସରିତା ପାଣିଗ୍ରାହୀ ଓ ଶ୍ରୀମତୀ ସୁଜାତା ଗମାଙ୍ଗ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଗୁରୁଜୀ ଗୁରୁମା’ଙ୍କୁ ଚନ୍ଦନ ତିଲକ ଲଗାଇ ପୂଜନ କରିଥିଲେ ଏବଂ ଗୁରୁଙ୍କ ଉଦ୍ଦେଶ୍ୟରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ ବୃନ୍ଦ ବିଦ୍ୟାଳୟର ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସେବକ ସେବିକା ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ଦେଇ ସମ୍ବର୍ଦ୍ଧିତ କରିଥିଲେ । କାର୍ଯ୍ୟକ୍ରମର ଶେଷରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ