Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧିନା ସମାରୋହରେ ପାଳିତ

ପାରଳାଖେମୁଣ୍ଡି:୬/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧିନା ସମାରୋହ ଗଜପତି ଷ୍ଟାଡିୟମ୍ ଠାରେ ସମାରୋହରେ ପାଳିତ ହୋଇଯାଇଅଛି। ଏହି ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗମାନ୍ୟବର ବିଧାୟକ ମୋହନା,ଶ୍ରୀଯୁକ୍ତ ରୁପେଶ କୁମାର ପାଣଗ୍ରାହୀ, ମୁଖ୍ୟ ବକ୍ତା ଭାବେ ଡ଼. ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି,ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମନୋଜ ରଞ୍ଜନ ଦଳେଇ ପ୍ରମୁଖ ମଞ୍ଚାସିନ ଥିଲେ। ଆଜିର ଏହି ପବିତ୍ର ଗୁରୁଦିବସ ରେ ସମସ୍ତ ଅତିଥି ମାନେ କହିଥିଲେ ଯେ ସମସ୍ତ ଛାତ୍ରଛାତ୍ରୀ ଭବିଷ୍ୟତ ରେ ଜଣେ ଜଣେ ଭଲ ମଣିଷ ହେବା ଓ ଭଲ କାମ କରିବାକୁ ପରାମର୍ଶ ଦେଇ ଥିଲେ । ପ୍ରାରମ୍ଭରେ ଜିଲ୍ଲାଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ସାହୁ ପ୍ରାରମ୍ଭିକ ସୂଚନା ପ୍ରଦାନ କରି ଗୁରୁଦିବସ ପାଳନର ତାତ୍ପର୍ଯ୍ୟ ସଂପର୍କରେ ଅବଗତ କରାଇଥିଲେ। ଏହି ଅବସରରେ ଗଜପତି ଜିଲ୍ଲାର ୪ ଜଣ ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରଯାଇଥିଲା।ଜିଲ୍ଲାରେ ୯୨୫ ଜଣ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି। ସେଥି ମଧ୍ୟରୁ ୭୧୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର,୧୫୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଭାଷାବୃତ୍ତି ପୁରସ୍କାର ଓ ୫୯ ଜଣଙ୍କୁ ଯୋଗ୍ୟତା ଛାତ୍ରବୃତ୍ତି ପୁରସ୍କାର ପ୍ରଦାନ କରାଯାଇଛି। ଗତ ହାଇ ସ୍କୁଲ ପରୀକ୍ଷା ଫଳାଫଳ ଆଧାରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓ ଓଡ଼ିଆ ବିଷୟରେ ୯୦ ନମ୍ୱରରୁ ଉର୍ଦ୍ଧ୍ବ ରଖିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଭାଷାବୃତ୍ତି ପୁରସ୍କାର ପ୍ରଦାନ କରାଯାଇଛି। ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପରେ ପରେ ରାଜ୍ୟସ୍ତରୀୟ ଉତ୍ସବକୁ ସିଧା ପ୍ରସାରଣ କରଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ସମେତ ବିଭିନ୍ନ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉତ୍ସବରେ ଉପସ୍ଥିତ ଥିଲେ।

More Stories