Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣାଗ୍ରସ୍ତ, ଜଣେ ଗୁରୁତର

ବାଲିଗୁଡ଼ା :(ସଞ୍ଜୟ କୁମାର ପାଣିଗ୍ରାହୀ): ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ମୋଟର ସାଇକେଲ ଆରୋହୀ ଗୁରୁତର ଆହାତ ହୋଇଥିବା ଜଣାପଡ଼ିଛି । ଆହତ ଯୁବକ ଜଣକ କୋଟଗଡ଼ ଥାନା ଅନ୍ତର୍ଗତ ମାର୍ଲାଙ୍ଗା ପଞ୍ଚାୟତର ବାଡେସ୍ ଗ୍ରାମର ରୋହନ ବେହେରା ମାଝୀ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ମଙ୍ଗଳବାର ରୋହନ୍ କୌଣସି କାମରେ ବାଲିଗୁଡ଼ା ଆସିଥିଲେ କାମ ସାରି ରାତିରେ ଗାଁ କୁ ଫେରିବା ବେଳେ କୁର୍ତ୍ତମଗଡ଼ ନିକଟରେ ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ରୋହନ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ବୁଧବାର ଡାକ୍ତର ତାଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ