Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାଲିଗୁଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବାଲିଗୁଡା : (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଶନିବାର ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ବିଚାର ବିଭାଗୀୟ ଅଦାଲତରେ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ଶୁଭଶ୍ରୀ ତ୍ରିପାଠୀ ଏହି ରାଷ୍ଟ୍ରୀୟ ଲୋକ ଅଦାଲତକୁ ଉଦଘାଟନ କରିବା ସହ ନିଜ ଅଦାଲତ ପରିଚାଳନା କରିଥିଲେ। ଏଡିଜେ ନିଜ ଅଦାଲତରେ ୨ଟି ମାମଲା ଫଇସଲା କରି ମୋଟ ୮ ଲକ୍ଷ ଟଙ୍କା ଆଦାୟ କରାଯାଇଥିଲା । ସେହିପରି ସିଭିଲ ଜଜ ଅପୂର୍ଵ ରାୟ j(ସିନିୟର ଡିଭିଜନ) ର ନିଜ ଅଦାଲତରେ ୧ଟି ମାମଲା, ଏସଡିଜେଏମ ମହମ୍ମଦ ସାହାଫେଜଲ ନିଜ ଅଦାଲତରେ ୧୯ଟି ମାମଲା ବିଚାର କରି ଫଇସଲା କରିଥିଲେ । ଏଥିରେ ବାଲିଗୁଡା ଓକିଲ ସଂଘର ସମସ୍ତ ସଦସ୍ୟ ଏବଂ ଅଦାଲତ କର୍ମଚାରୀମାନେ ଉପସ୍ଥିତ ରହି ପରିଚାଳନାରେ ସହାୟତା କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ