ଜିନ୍ଦାବାଦ ସଂଗଠନ ତରଫରୁ ଧର୍ମଗଡ ଉପଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ।


କଳାହାଣ୍ଡି:୨୪/୦୯
ରିପୋର୍ଟ—ସନତ ପ୍ରଧାନୀ
କଳାହାଣ୍ଡି ଜିଲ୍ଲା ଗୋଳାମୁଣ୍ଡା ବ୍ଲକ ଜିନ୍ଦାବାଦ ସଂଗଠନ ଏବଂ ଓଡିଶା ଜଙ୍ଗଲ ଅଧିକାର ମଞ୍ଚ କଳାହାଣ୍ଡି ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ୧୬ ଦଫା ଦାବୀ ସମ୍ବଳିତ ଏକ ଦାବିପତ୍ର ଧର୍ମଗଡ ଉପଜିଲ୍ଲାପାଳ ଙ୍କ ଜରିଆରେ ଅତିରିକ୍ତ ଉପ ଜିଲ୍ଲାପାଳ ଙ୍କୁ ପ୍ରଦାନ କରାଯାଇଛି ।ଏଥିରେ ଅନୁସୂଚିତ ଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀ ମାନେ ଉପସ୍ଥିତ ରହି ନିଜ ହକ ପାଇଁ ସ୍ଵର ଉଠାଇ ଥିଲେ। ଧର୍ମଗଡ ପଞ୍ଚାୟତ କଲେଜ ଠାରୁ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବିଭିନ୍ନ ନାରାବାଜି ସହ ଶୋଭାଯାତ୍ରା କରିଥିଲେ।
ମୋ ଜଙ୍ଗଲ ଜମି ଯୋଜନା କାର୍ଯ୍ୟକାରିତା ସମୟରେ ଜଙ୍ଗଲ ଅଧିକାର ସ୍ଵୀକୃତି ଆଇନ ର ମୂଳ ଲକ୍ଷରୁ ବିଚ୍ୟୁତ ହୋଇ ଉଲ୍ଲଘଂନ ହୋଇଥିବା କାର୍ଯ୍ୟ କୁ ରୋକିବା ଓ ଏ ଦିଗରେ ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବୀ ରଖିଥିଲେ।ପାରମ୍ପାରିକ ବନବାସୀଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଅଧିକାର ପ୍ରଦାନ, ଆଦିବାସୀ ଓ ଅନ୍ୟାନ୍ୟ ପାରମ୍ପାରିକ ବନବାସୀଙ୍କ ବିରୁଦ୍ଧରେ କରାଯାଇଥିବା ଜଙ୍ଗଲ ଓ ଜୀବିକା ସମ୍ପର୍କିତ କେଶ ଗୁଡିକୁ ଅବିଳମ୍ବେ ପ୍ରତ୍ୟାହାର କରାଯାଉ ବୋଲି ବିଭିନ୍ନ ଦାବୀ ନେଇ ମୁଖ୍ୟମନ୍ତ୍ରୀ ଓଡିଶା ସରକାର ଙ୍କ ଉଦ୍ଦେଶ୍ୟ ରେ ଧର୍ମଗଡ ଉପଜିଲ୍ଲାପାଳ ଙ୍କ ଅନୁପସ୍ଥିତି ରେ ଅତିରିକ୍ତ ଉପଜିଲ୍ଲାପାଳ ଅଜୟ କୁମାର ତିର୍କି ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ର ପ୍ରଦାନ ସମୟରେ ଜିନ୍ଦାବାଦ ସଂଘର ସଭାପତି ଜନ୍ମେଜୟ ମାଝୀ,ଯତୀନ୍ଦ୍ର ସେନାପତି,ସୁଶାନ୍ତ।ମାଝୀ, ଲଖିଧର ମାଝୀ, ମିନିକେତନ ମାଝୀ, ରାଜୀବ ମାଝୀ, ଜିରନ ମାଝୀ, ଭୋଜରମ ଧରୁଆ, ମନୁସର ନାଏକ, କେଶବ ମାଝୀ, ପ୍ରସନ୍ନ ମାଝୀ ସମେତ ଶତାଧିକ ଅନୁସୂଚିତ ଜନଜାତି ଓ ବନବାସୀ ଉପସ୍ଥିତ ଥିଲେ।

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।