Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳିତ

ପାରଳାଖେମୁଣ୍ଡି:୨୪/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଜିଲ୍ଲା ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲା ସ୍ତରୀୟ ପୋଷଣ ମାସ ପାଳିତ ହୋଇଯାଇଛି। ବିଭାଗର ସମସ୍ତ କର୍ମଚାରୀ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ନେଇ ଏକ ପୋଷଣ ମାସର ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ପରେ ପରେ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ପ୍ରକଳ୍ପ ସଂଯୋଜକ,ମିଶନ ଶକ୍ତି ଶ୍ରୀ ଟିମନ ବାରା,ସମାଜ ମଙ୍ଗଳ ବିଭାଗ ପ୍ରୋଗ୍ରାମ ଅଫିସର ଶ୍ରୀମତୀ କେ.ସୁନିତା , ଆୟୁଷ ମେଡିକାଲ ଅଫିସର ଗାରାବନ୍ଧ ଡାକ୍ତର ପୁର୍ଣ୍ଣ ଚନ୍ଦ୍ର ପାତ୍ର ପ୍ରମୁଖ ମଞ୍ଚଷିନ ଥିଲେ ।
ସୂଚନା ଥାଉ କି ସେପ୍ଟେମ୍ବର ୧ ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ପୋଷଣ ମାସ ପାଳନ କରାଯାଉଅଛି ଏବଂ ଜିଲ୍ଲାର ସମସ୍ତ ସ୍ଥାନରେ ଯେପରି କୌଣସି ମା କିମ୍ବା ଶିଶୁ କୁପୋଷଣ ର ଶିକାର ନ ହୁଅନ୍ତୁ ତାହା ହେଉଛି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ଉତ୍ତମ ପୋଷଣ ସୁସ୍ଥ ଜୀବନ ପ୍ରସଙ୍ଗକୁ ଭିତ୍ତି କରି ଆଜିର କାର୍ଯ୍ୟକ୍ରମ ବୋଲି ଜିଲ୍ଲାପାଳ କହିଥିଲେ। ଡ଼ାକ୍ତର ପୁର୍ଣ୍ଣ ଚନ୍ଦ୍ର ପାତ୍ର କହିଥିଲେ ଯେ ରକ୍ତହୀନତା ବିଷୟରେ ସଚେତନ ହେବା,ଏହାର ପରୀକ୍ଷା, ଚିକିତ୍ସା ବିଷୟରେ ଆଲୋଚନା କରିବା, ଦୈନନ୍ଦିନ ଖାଦ୍ୟରେ ବିବିଧତା ଆଣିବା ପାଇଁ ଆଞ୍ଚଳିକ ତଥା ମିଲେଟ୍ ବା କ୍ଷୁଦ୍ର ଖାଦ୍ୟ ଶସ୍ୟ ସାମିଲ୍ କରିବା, ଶିଶୁର ଅଭିବୃଦ୍ଧି ନିରୀକ୍ଷଣ କରିବା ସହିତ ଆଦ୍ୟ ଶୈଶବ ଏବଂ ପ୍ରାକ୍ ବିଦ୍ୟାଳୟ ଶିକ୍ଷା ପାଇଁ ଯତ୍ନବାନ୍ ହେବା ଏହି ବିଷୟ ଉପରେ ଆଲୋଚନା କରିଥିଲେ । ସେହିପରି ନିଜ ନିଜ ଅନୁଷ୍ଠାନର ପରିବେଶକୁ ପରିସ୍କାର ପରିଚ୍ଛନ୍ନ କରିବା ଆଶା ଓ ଅଙ୍ଗନବାଡି କର୍ମୀଙ୍କ ଗୁରୁ ଦାୟିତ୍ୱ । ସୁସ୍ଥ ଜୀବନ ପାଇଁ ସୁଷମ ଖାଦ୍ୟ ଖାଇବା ସହିତ ପରିଷ୍କାର ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେବା ଉପରେ ବିଶେଷ ଗୁରୁତ୍ୱ ଦେଇଥିଲେ ଏହି କାର୍ଯ୍ୟକ୍ରମରେ ସହରର ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରଯାଇଥିଲା ଓ ପରେ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ସମେତ ସମସ୍ତ ସିଡିପିଓ, ଅଙ୍ଗନବାଡି କର୍ମୀଙ୍କ ସମତେ ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l