କଳାହାଣ୍ଡି ଜିଲ୍ଲା ସ୍ତରୀୟ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ ସମାରୋହ ଆୟୋଜିତ ।


କଳାହାଣ୍ଡି:୨୫।୯
ସ୍ଥାନୀୟ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ଶତବାର୍ଷିକୀ କକ୍ଷରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ ସମାରୋହ ଆୟୋଜିତ ହୋଇଯାଇଛି। ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ସମଗ୍ର ଶିକ୍ଷା କଳାହାଣ୍ଡିର ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁଶାନ୍ତ କୁମାର ଚୋପଦାର ସଭାପତିତ୍ବ କରିଥିବା ବେଳେ ଉଦଘାଟକ ଭାବେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ, ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି ରୂପେ ଯୋଗଦେଇ କଳାହାଣ୍ଡି ସାଂସଦ ମାଳବିକା ଦେବୀଙ୍କ ପ୍ରତିନିଧି ଅନୀଲ କୁମାର ନନ୍ଦ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡିର ଅଧ୍ୟକ୍ଷ ଡ. ଦେଶବନ୍ଧୁ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ, ସମଗ୍ର ଶିକ୍ଷା କଳାହାଣ୍ଡିର ଶୈକ୍ଷିକ ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ଓ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଷଷ୍ଠୀ ଝାଙ୍କର ମଞ୍ଚାସୀନ ଥିଲେ। ମଞ୍ଚ ପରିଚାଳନା କରିଥିଲେ ପଲମ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡିଲେଶ୍ୱର ରଣା। ଏହି ଅବସରରେ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ ଓ ସଂଗୀତ ପରିବେଷଣ କରାଯାଇଥିଲା। ବରିଷ୍ଠ ଶିକ୍ଷୟତ୍ରୀ ମିନତି କୁମାରୀ ପ୍ରଧାନଙ୍କ ରଚନା ଓ ନିର୍ଦ୍ଦେଶନାରେ ଆରଇଓ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ କ୍ଷୁଦ୍ର ନାଟିକା ‘ଛୁ ମନ୍ତର୍’ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାର ୧୩ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗ ଦେଇଥିବା ବେଳେ ସମଗ୍ର ଶିକ୍ଷା କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ।

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।