ରାଉରକେଲାରେ ବୁଲୁଛନ୍ତି ଯୌନ ପିପାସୁ: ୨୧ରେ ଦୁଇ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ପରେ ଆଉ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ


ରାଉରକେଲା: ରାଉରକେଲା ଅଞ୍ଚଳରେ ଘରେ ଝିଅ ବୋହୂ ଥିଲେ ସାବଧାନ । ବୁଲୁଛନ୍ତି ଯୌନ ପିପାସୁ । ସାମାନ୍ୟ ଅସାବଧନତା ଆପଣଙ୍କ ଘରର ଇଜ୍ଜତକୁ ଖିନଭିନ କରିଦେବ । ୨୧ ତାରିଖରେ ଦୁଇ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ଘଟଣାରେ ଯୌନ ରାକ୍ଷସ ଏପର୍ଯ୍ୟନ୍ତ ଧରାପଡି ନଥିବା ବେଳେ ଆଉ ଜଣେ ନାବାଳିକା ଗଣ ଦୁଷ୍କର୍ମର ଶିକାର ହୋଇଛନ୍ତି । ଘଟଣାରେ ୫ ଯୁବକ ସମ୍ପୃକ୍ତ ଥିବା ନେଇ ରଘୁନାଥପାଲି ଥାନାରେ ଅଭିଯୋଗ ହୋଇଛି । ନାବାଳିକାଙ୍କ ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି ।

ଅଭିଯୋଗ ଅନୁସାରେ, ଗତକାଲି ରାତିରେ ରଘୁନାଥପାଲି ଥାନା ନିକଟରେ ଥିବା ଏକ ରେଷ୍ଟୁରାଣ୍ଟକୁ ନାବାଳିକା ନିଜର ୨ ପୁରୁଷ ବନ୍ଧୁଙ୍କ ସହ ଯାଇଥିଲେ । ପରେ ୨ ପୁରୁଷ ବନ୍ଧୁ ନାବାଳିକାଙ୍କୁ ପ୍ଲାଣ୍ଟ ସାଇଟ ଥାନା ଅଞ୍ଚଳକୁ ଆଣି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ୨ ପୁରୁଷ ବନ୍ଧୁଙ୍କ ସମେତ ୫ ଜଣ ଯୁବକ ସଂପୃକ୍ତ ଥିବା ଥାନାରେ ଅଭିଯୋଗ ହୋଇଛି । ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଧରିବାକୁ ଖୋଳତାଡ ଆରମ୍ଭ କରିଛି ଓ ଘଟଣାର ତଦନ୍ତ କରୁଛି ।

ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ରାଉରକେଲାର ବିର୍ସା ମୁଣ୍ଡା ଅଞ୍ଚଳରେ ୨ ଜଣ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା । କିଛି ଯୁବକ ୨ ନାବଳିକାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ପୋଲିସ ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା ଚଳାଇଥିବା ବେଳେ ପୁଣି ରାଉରକେଲାରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଆସିଛି । ୪ ଦିନ ବ୍ୟବଧାନରେ ୩ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ପୂରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପ୍ରଥମ ଘଟଣାର ୪ ଦିନି ବିତି ଯାଇଥିଲେ ବି ପୋଲିସର ହାତ ଏବେ ବି ଖାଲି ରହିଛି । ଯାହାକୁ ନେଇ ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।

ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ସଫଳ ହୋଇଛି ପାରଳାଖେମୁଣ୍ଡି:୧୭/୭(ଗରୁଡ ଧ୍ଵଜ ଚୌଧୁରୀ): ସମଗ୍ର ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ଡାକରାକୁ ମିଳିଛି ଜନସମର୍ଥନ. ଗଜପତି ଜିଲ୍ଲାର ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ସହର ସମେତ ସମଗ୍ର ଜିଲ୍ଲା ର ମୋଟ 7 ଗୋଟି ବ୍ଲକ ଯଥା ମୋହନା, ଆର. ଉଦୟଗିରି, ନୂଆଗଡ, ରାୟଗଡ, ଗୋଷଣୀ ଓ କାଶୀନଗର ଏନଏସି ଓ ବ୍ଲକ ଅଞ୍ଚଳରେ ସଫଳ ହୋଇଛି ବନ୍ଦ ପାଳନା। ସାରା ଜିଲ୍ଲାରେ ବନ୍ଦ ପାଳନ ଯୋଗୁଁ ଜୀବନ ଯାତ୍ରା ସମ୍ପୂର୍ଣ ବ୍ୟାହତ ହୋଇଛି। ଚକ ଅଖ ବନ୍ଦ ଥିବା ବେଳେ ସମସ୍ତ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ ଦୋକାନ ବଜାର, ସରକାରୀ ଅଫିସ ଓ ବ୍ୟାଙ୍କ ଆଦି ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ବେଳେ ନାରୀକୁ ସୁରକ୍ଷା ଦେବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଗଜପତି ଜିଲ୍ଲା କଂଗ୍ରେସ କମିଟିର ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗ ପ୍ରକାଶ କରି କହିଛନ୍ତିଯେ, ବାଲେଶ୍ବର ଫକୀରମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ସୁରକ୍ଷା ଦେଇ ପାରି ନାହାଁନ୍ତି ସରକାର। ତାଙ୍କ ଅସ୍ଵାଭାବିକ ମୃତ୍ୟୁ ପଛରେ ଥିବା ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ସହ ପିଡିତାଙ୍କ ପରିବାରକୁ ୫ କୋଟି ସହାୟତା ପ୍ରଦାନ ଦାବି କରିଛନ୍ତି. ଏହି ବନ୍ଦ ପାଳନରେ ଗଜପତି ଜିଲ୍ଲା ସିପିଏମ ଦଳର ଦଣ୍ଡ ପାଣି ରଇତ, ସିପିଆଇର ଶ୍ରୀନିବାସ ବେହେରାଙ୍କ ସମେତ ବହୁ ବାମପନ୍ଥି ସଦସ୍ୟ ଯୋଗ ଦେଇ ବନ୍ଦ ପାଳନକୁ ସମ୍ପୂର୍ଣ ସଫଳ କରିଥିଲେ. କଂଗ୍ରେସ ନେତ୍ରୀ ଜସ୍ମିନ ଶେଖଙ୍କ ସମେତ ବହୁ ନେତା କର୍ମୀ ପାରଳାଖେମୁଣ୍ଡି ଠାରେ ବନ୍ଦ ପାଳନରେ ସାମିଲ ହୋଇଥିଲେ. ବିଜେପି ସରକାରଙ୍କ ବିଫଳତାକୁ ନେଇ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଫଟୋଚିତ୍ରକୁ ଦାହ କରିବା ସହ ସେମାନଙ୍କ ଇସ୍ତଫା ଦାବି କରାଯାଇଥିଲା.