ଖରାଛୁଟିରେ ପିଲାଙ୍କୁ ମିଳିବ ଆଇରନ ଓ ଫଲିକ ଏସିଡ ଟାବଲେଟ୍


ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ସ୍କଉଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ନିର୍ଦ୍ଧାରିତ ସମୟ ପୂର୍ବରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ହୋଇଯାଇଛି। ତେବେ ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ ଓ ଫଲିକ ଏସିଡ ଟାବଲେଟ୍ ମିଳିବ । ଅମ୍ଳାନ କାର୍ଯ୍ୟକ୍ରମ ଜରିଆରେ ଆନେମିଆ ମୁକ୍ତ ଓଡ଼ିଶା ଲକ୍ଷ୍ୟ ରଖାଯାଇଛି।

ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ୧୯ ଏପ୍ରିଲରୁ ୧୬ଜୁନ ଯାଏ ଘରକୁ ଘର ଯାଇ ଟ୍ୟାବଲେଟ ବଣ୍ଟାଯିବ । ଶିକ୍ଷକମାନଙ୍କୁ ଟାବଲେଟ ବାଣ୍ଟିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଦିଆଯାଇଛି।

ଛାତ୍ରଛାତ୍ରୀଙ୍କ ପିଛା ୮ଟି IFA ଟାବଲେଟ ଦିଆଯିବ। ପିଙ୍କ ଟାବଲେଟ ପ୍ରଥମରୁ ପଞ୍ଚମ ଓ ବ୍ଲୁ ଟ୍ୟାବଲେଟ ଷଷ୍ଠରୁ ଦ୍ୱାଦଶ ଛାତ୍ରଛାତ୍ରୀଙ୍କୁ ଦିଆଯିବ। ଏକ୍ସପାଏରି ଡେଟ ଯାଞ୍ଚ ପରେ ଅଭିଭାବକଙ୍କୁ ହସ୍ତାନ୍ତର ହେବ ଟ୍ୟାବଲେଟ । ଛାତ୍ରଛାତ୍ରୀ ଗୋଟିଏ IFA ଟ୍ୟାବଲେଟ ଲଞ୍ଚ ବା ଡିନର ଖାଇବା ପରେ ଖାଇବେ । ଏସବୁ ଅଭିଭାବକଙ୍କ ଉପସ୍ଥିତିରେ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।