Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରେଙ୍ଗାଳପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ।କଳାହାଣ୍ଡି:୨୭/୦୯

କଳାହାଣ୍ଡି:୨୭/୦୯:ରିପୋର୍ଟ_ସନତ ପ୍ରଧାନୀ
କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ସାଧନ କେନ୍ଦ୍ର ରେଙ୍ଗାଲପାଲି ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେଙ୍ଗାଲପାଲି ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪ ଅନୁଷ୍ଠିତ ହୋଇଯାଇଅଛି। ଉପ କନିଷ୍ଠ, କନିଷ୍ଠ, ବରିଷ୍ଠ ଓ ଉଚ୍ଚ ମାଧ୍ୟମିକ ବର୍ଗରେ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଶତାଧିକ ଛାତ୍ରଛାତ୍ରୀ ଯୋଗଦାନ କରିବା ସହିତ ପ୍ରାୟ ୩୦ ରୁ ଉର୍ଦ୍ଧ୍ୱ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଆୟୋଜିତ ଉଦ୍ ଯାପନୀ ସଭାରେ ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଳିତ କୁମାର ନାଏକ ସଭାପତିତ୍ୱ କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟପାଟଣା ପ୍ରେମ ନାରାୟଣ ପଣ୍ଡା ମୁଖ୍ୟ ଅତିଥି, ଅନନ୍ତ ନାରାୟଣ ପଣ୍ଡା ସିଆରସିସି କୁଚାଗାଁ, ହେମନ୍ତ କୁମାର ପାଣିଗ୍ରାହୀ ଅଧ୍ୟକ୍ଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାଇଁରିପାଲି, ରମାକାନ୍ତ ମାଝୀ ପ୍ର.ଶି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିମଳା, ଉମାକାନ୍ତ ଦୀପ ଅଧ୍ୟକ୍ଷ ବିଦ୍ୟାଳୟ ପରିଚାଳନା କମିଟି ରେଙ୍ଗାଲପାଲି ପ୍ରମୁଖ ସମ୍ନାନିତ ଅତିଥି ଭାବେ ମଞ୍ଚାସିନ ହୋଇ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରେଙ୍ଗାଲପାଲି ଶ୍ରୀ ବେଦବର ନିଆଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ତ୍ରିନାଥ ନାଏକ, ସୁବାଷ ବିଶ୍ୱାଳ, ଈଶ୍ୱର ସାମରଥ, ଶଶୀ ଭୂଷଣ ଦଳପତିଙ୍କ ସମେତ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହାୟତା ପ୍ରଦାନ କରିଥିଲେ।