Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ, ଜୀବନଯାତ୍ରା ପ୍ରଭାବିତ

ପାଟଣାଗଡ଼: ୨ ଦଫା ଦାବି ନେଇ ୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ ପାଳନ କରାଯାଉଛି । ପାଟଣାଗଡ଼କୁ ନୂଆ ରେଳ ଲାଇନ୍ ଓ ବାଇପାସ୍‌ ଦାବିରେ ସିଟିଜେନ୍ ଫୋରମ୍ ପକ୍ଷରୁ ଏହି ଡାକରା ଦିଆଯାଇଛି । ବଲାଙ୍ଗୀର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ପାଇଁ ଦାବି କରାଯାଇଛି ।

ବନ୍ଦ ଯୋଗୁଁ ଦୋକାନ ବଜାର ଗାଡ଼ିଚଳାଚଳ ବନ୍ଦ ରହିଛି । ରାସ୍ତାରେ ଆନ୍ଦୋଳକାରୀମାନେ ପିକେଟିଂ କରି ବନ୍ଦ ପାଳନ କରିଛନ୍ତି । ହରିଶଙ୍କର ରୋଡ୍‌ରେ ୨ଟି ମାଲବାହୀ ଟ୍ରେନ୍ ଅଟକାଇ ପ୍ରତିବାଦ କରିଛନ୍ତି ଆନ୍ଦୋଳନକାରୀ । ବନ୍ଦ ପାଳନରୁ ଅତି ଜରୁରୀ ସେବାକୁ ବାଦ ଦିଆଯାଇଛି ।

ପୂର୍ବରୁ ମଧ୍ୟ ଅନେକ ଥର ପାଟଣାଗଡ଼ ନୂତନ ରେଳ ଲାଇନ ପାଇଁ ଦାବି କରାଯାଇଛି । ୨୦୧୪ ମସିହାରେ କେନ୍ଦ୍ର ସରକାର ଏହି ପ୍ରକଳ୍ପର ଲୋକେସନ ସର୍ଭେ ପାଇଁ ମଞ୍ଜୁର କରିଥିଲେ । ଏଥିପାଇଁ ୨.୫ କୋଟି ଟଙ୍କା ବି ଅନୁମୋଦନ କରିସାରିଛନ୍ତି । ଜମି ଚିହ୍ନଟ ବି ହୋଇ ସରିଛି । ହେଲେ ପ୍ରକଳ୍ପ କାମ ଆଉ ଆଗେଇ ପାରିନାହିଁ । ଏଥିପାଇଁ ସିଟିଜେନ୍ ଫୋରମ୍ ପକ୍ଷରୁ ଆନ୍ଦୋଳନ କରାଯାଇଛି ।