Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଖଇରମାଳ ରେ କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ବୀରମହାରାଜପୁର : (ସୌମିତ୍ରି ମେହେର): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଖଇରମାଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ସାଧନା କେନ୍ଦ୍ର ସଂଯୋଜକ ବିନୟ କୁମାର ବିଶ୍ୱାଳ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ , ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାର ସୁଶିଲ ପରିଡ଼ା ଯୋଗଦେଇ ଥିବାବେଳେ ଅବସର ପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର ବିଶି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ । ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କରୁଣାକର ବିଶି ସଭାପତିତ୍ୱ କରିଥିଲେ I ଖଇରମାଲ ସ୍କୁଲ ରପରିଚାଳନା କମିଟି ର ସଭାପତି ବିଭୀଷଣ ରଣା , ମୋ ସ୍କୁଲ ଅଭିଯାନ ର ସଭାପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ପଧାନ ମଞ୍ଚାସୀନ ଥିଲେ । କ୍ଲଷ୍ଟର ଅନ୍ତର୍ଗତ ୯ଟି ସ୍କୁଲରୁ ୨୫୦ ଜଣ ଛାତ୍ରଛାତ୍ରୀଅଂଶଗ୍ରହଣ କରିଥିଲେ। ଚିତ୍ରାଙ୍କନ , ହସ୍ତାକ୍ଷର , ଶୃତଲିଖନ , ପ୍ରବନ୍ଧ , ସଙ୍ଗୀତ , ଶିଳ୍ପକଳା , ବକ୍ତୃତା , କୁଇଜ , ନୃତ୍ୟ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀମାନଙ୍କୁ ଅତିଥି ମାନଙ୍କ ଦ୍ବାରା ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଆଞ୍ଚଳିକ ଉଚ୍ଚ ବିଦ୍ୟପୀଠ ର ଶିକ୍ଷକ ଦୀନବନ୍ଧୁପ୍ରଧାନ ଓ ଖଇରମାଲ ବିଦ୍ୟାଳୟ ର ଶିକ୍ଷକ ଅଚ୍ୟୁତାନନ୍ଦ କୁରକୁରିଆ ସଭା ପରିଚାଳନା ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରମୋଦ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରଥିଲେ l ଆଞ୍ଚଳିକ ସାଧନ କେନ୍ଦ୍ରର ସମସ୍ତ ଶିକ୍ଷକ , ଶିକ୍ଷୟିତ୍ରୀ ଓ ଗ୍ରାମବାସୀ ପରିଚାଳନା କମିଟି ପ୍ରମୁଖ ସହଯୋଗ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ