Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଓଡ଼ିଶା ଆଉଟ ସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଶାଖା ପକ୍ଷରୁ ସାଧାରଣ ବୈଠକ ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ାରଳାଖେମୁଣ୍ଡି:୩୦/୯(ଗରୁଡ ଧ୍ୱଜ ଚୌଧୁରୀ)ଓଡ଼ିଶା ଆଉଟ ସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଶାଖା ପକ୍ଷରୁ ସାଧାରଣ ବୈଠକ ଓ ସାମ୍ବାଦିକ ସମ୍ମିଳନୀ ! ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଶ୍ୱନାଥ କଲ୍ୟାଣ ମଣ୍ଡପ କନଫେରେନ୍ସ ହଲ ଠାରେ ଓଡ଼ିଶା ସରକାରୀ ଆଉଟ ସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଶାଖାର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି । ଗଜପତି ଶାଖାର ସଭାପତି ରାଜୀବ କୁମାର ପାଢୀଙ୍କ ନେତୃତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ଗଣମାଧ୍ୟମ ଜରିଆରେ ନୂତନ ସରକାରଙ୍କୁ ନିବେଦନ କରି ସୂଚନା ଦେଇ କହିଛନ୍ତି ଯେ ଛଟେଇ ହୋଇ ଥିବା ଆଉଟ ସୋର୍ସିଙ୍ଗଙ୍କୁ ପୁନଃ ନିଯୁକ୍ତି ଦିଆଯାଉ । ସମସ୍ତଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଯାଉ, ଦିନିକିଆ ୱଜେସ ଉଛେଦ କରି ମାସିକିଆ ୱଜେସ କରାଯାଉ । ଏହି କାର୍ଯ୍ୟକ୍ରମରେ ଆଉଟ ସୋର୍ସିଙ୍ଗ ଗଜପତି ଶାଖାର ସମ୍ପାଦକ ପଙ୍କଜ କୁମାର ପଟ୍ଟନାୟକ, କୈଳାସ ଚନ୍ଦ୍ର ରାଉତଙ୍କ ସମେତ ବିଭିନ୍ନ ବିଭାଗର ଆଉଟ ସୋର୍ସିଙ୍ଗ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l