Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ତାରା ବେଶ ରେ ଦର୍ଶନ ଦେଉଛନ୍ତି ମା ସୁରେଶ୍ଵରୀ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ନବରାତ୍ରର ଦ୍ବିତୀୟ ଦିନରେ ସୋନପୁରର ଇଷ୍ଟ ଦେବୀ ମା ସୁରେଶ୍ଵରୀଙ୍କ ପୀଠରେ ସପ୍ତସତୀ ପୂଜା ଚାଲୁ ରହିଥିବା ବେଳେ ଆଜି ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ତାରା ବେଶରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମନ୍ଦିର ରେ ନବଦିନ ବ୍ୟାପୀ ଚଣ୍ଡୀ ମହାଯଜ୍ଞର ଦ୍ୱିତୀୟ ଦିବସରେ ସୂର୍ଯ୍ୟ ପୂଜା, ଗୋ ପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବଦେବୀଙ୍କ ପୂଜାପାଠ ସୁରେଶ୍ଵରୀଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ସନ୍ଧ୍ୟା ୬ ଟା ବେଳକୁ ଚଣ୍ଡୀ ଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ବଣ୍ଟନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି। ସେହିପରି ସହର ର ସର୍ବ ପୁରାତନ ମା ଭଗବତୀ ଙ୍କ ପୀଠରେ ଆଜି ବ୍ରହ୍ମଚାରିଣୀ ବେଶ ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ। ସହରର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିରରେ ମଧ୍ୟ ନବରାତ୍ରର ଦ୍ବିତୀୟ ଦିନରେ ବ୍ରହ୍ମଚାରିଣୀ ବେଶ ରେ ଦର୍ଶନ ଦେଉଛନ୍ତି ମା ଦୁର୍ଗା। ଆଜି ମା’ଙ୍କ ବ୍ରହ୍ମଚାରିଣୀ ବେଶ ତେବେ ଆସନ୍ତୁ ଜାଣିବା ମା’ଙ୍କର ଏହି ବେଶ ମହାତ୍ମ୍ୟ ବିଷୟରେ ମାତା ଦୁର୍ଗାଙ୍କର ନବ ଶକ୍ତିର ଦ୍ୱୀତୀୟ ସ୍ୱରୂପଟି ହେଉଛି ବ୍ରହ୍ମଚାରିଣୀ। ଏଠାରେ ‘ବ୍ରହ୍ମ’ ଶଦ୍ଦର ଅର୍ଥ ହେଉଛି ତପସ୍ୟା । ବ୍ରହ୍ମଚାରିଣୀ ଅର୍ଥ ତପଃ-ଚାରିଣୀ, ଯେ ତପ ଆଚରଣ କରନ୍ତି, ସେ । କଥିତ ଅଛି, ଦେବସ୍ତତ୍ତ୍ୱଂ ତପୋ ବ୍ରହ୍ମ – ବ୍ରହ୍ମ ଶଦ୍ଦର ଅର୍ଥ ହେଉଛି ବେଦ, ତତ୍ତ୍ୱ ଓ ତପ । ବ୍ରହ୍ମଚାରିଣୀ ଦେବୀଙ୍କର ସ୍ୱରୂପ ପୂର୍ଣ୍ଣ ଜ୍ୟୋର୍ତିମୟ ଓ ଅତ୍ୟନ୍ତ ଭବ୍ୟ । ତାଙ୍କର ଡାହାଣ ହାତରେ ଜପାମାଳା ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ । ସହରର ଥନାପତି ପଡାରେ ମଧ୍ୟ ମା ଙ୍କ ନବରାତ୍ରୀ ପୂଜା ଧୁମଧାମରେ ଚାଲିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ