Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି:୦୫/୧୦
ରିପୋର୍ଟ–ସନତ କୁମାର ପ୍ରଧାନୀ
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁବାର ନିପୁଣ ଓଡିଶା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ଅଧିକାରଣୀ ସୁଶ୍ରୀ ରଶ୍ମିତା ନେତମ ଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜବାହାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧୀର କୁମାର ପଣ୍ଡା,ମୁଖ୍ୟ ବକ୍ତା ଭାବେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା, ସମ୍ମାନିତ ଅତିଥି ଭାବେ ବିଆରସିସି ତୋଫାନ ମାଝୀ ଉପସ୍ଥିତ ରହିଥିବା ବେଳେ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚିତ କରିଥିଲେ। ଜାତୀୟ ଶିକ୍ଷା ନୀତି ଆଧାରରେ ନିପୁଣ ଓଡିଶା ମିଶନ କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ସ୍ତରରେ ସୁନିଶ୍ଚିତ କରି ପ୍ରାଥମିକ ବିଦ୍ୟାଳୟ ସ୍ତର ପ୍ରଥମ ଶ୍ରେଣୀ ଠାରୁ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀ ଙ୍କ ଶିକ୍ଷଣ ଦକ୍ଷତା ଅଭିବୃଦ୍ଧି ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଉଦ୍ଦେଶ୍ୟ।ବିଦ୍ୟାଳୟରେ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ର କୌଶଳ କୁ ସୁନିଶ୍ଚିତ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବା ଅପରିହାର୍ଯ୍ୟ ଯେପରିକି ୨୦୨୬-୨୭ ସୁଦ୍ଧା ଛାତ୍ରଛାତ୍ରୀ ମାନେ ଯେପରି ତାଙ୍କର ଶ୍ରେଣୀ ଭିତ୍ତିକ ମୌଳିକ ଶିକ୍ଷଣ ଦକ୍ଷତା ହାସଲ କରିପାରିବେ ବୋଲି ମଞ୍ଚାସିନ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ କହିଥିଲେ।ନିପୁଣ ଓଡ଼ିଶାର ମାର୍ଗ ଦର୍ଶିକା କୋକସରା ନୋଡାଲ ସିଆରସିସି ବୈକୁଣ୍ଠ ଜାଲ ପଠନ କରିଥିଲେ। ନିପୁଣ ଓଡ଼ିଶାର ଉଦ୍ଦେଶ୍ୟ ଓ କାର୍ଯ୍ୟକାରିତା ଉପରେ ବିଇଓ ନେତମ ଓ ମୁଖ୍ୟ ବକ୍ତା ଦୀପକ କୁମାର ବେହେରା ନିଜର ମତ ଉପସ୍ଥାପନ କରିଥିଲେ। କାର୍ଯ୍ୟକ୍ରମ ପରିଶେଷରେ ବିଆରସିସି ତୋଫାନ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ରେ ବ୍ଲକ ଶିକ୍ଷା ବିଭାଗ ର ସମସ୍ତ ସିଆରସିସି, ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି ଥିଲେ।