Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ’ସୁରଭି -୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୫/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ଗୁମ୍ମା ସଦର ମହକୁମା ସ୍ଥିତ ଗୁମ୍ମା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଆକାଶ କୁମାର ପଣ୍ଡା ଓ ଏସଏମସି ସଭାପତି ମିହିରଲାଲ ପାଣି ଯୋଗ ଦେଇଥିଲେ।ସେହିପରି ଅନ୍ୟତମ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନୟନ ରଞ୍ଜନ ମଣ୍ଡଳ,ପ୍ରଧାନ ଶିକ୍ଷକ ଲିଙ୍ଗରାଜ ପାଢ଼ୀ,ସିଆରସି ମଦନ କହଁର ଓ ଏବିଇଓ ବାବାଜୀ ପ୍ରଧାନ ଯୋଗଦାନ କରିଥିଲେ।ପୂର୍ବରୁ ବ୍ଲକର ୨୦ଟି କ୍ଳଷ୍ଟରର ଛାତ୍ର ଛାତ୍ରୀଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ସେଥିରେ ପ୍ରଥମ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ନେଇ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲାବିତର୍କ,ପ୍ରବନ୍ଧ,କୁଇଜ,ଚିତ୍ରାଙ୍କନ, ବକୃତା,ସଂଗୀତ ସହ ସାସ୍କୃତିକ କାର୍ଯ୍ୟକ୍ରମ ଭଳି ମୋଟ ୨୦ଟି ବିଷୟରେ ପ୍ରତିଯୋଗିତା ହୋଇଥିଲା। କୃତିତ୍ୱ ପ୍ରତିଯୋଗିଙ୍କୁ ଅତିଥିମାନେ ମାନପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ।ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗିମାନେ ଜିଲ୍ଳା ସ୍ତରୀୟ ସୁରଭିରେ ଅଂଶଗ୍ରହଣ କରିବେ ବୋଲି କହିଛନ୍ତି ବିଡ଼ିଓ ଶ୍ରୀ ପଣ୍ଡା। କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ଲିଙ୍ଗରାଜ ପାଢ଼ୀଙ୍କ ସଭାପତିତ୍ୱ କରିଥିବା ବେଳେ ଶିକ୍ଷକ ଜିତେନ୍ଦ୍ର ପାଣି ମୁଖ୍ୟ ବକ୍ତା ଭାବେ କାର୍ଯ୍ୟ ତୁଲାଇଥିଲେ। ଶେଷରେ ଗୁମ୍ମା ଗୋଷ୍ଟି ଶିକ୍ଷକ ସଂଘ ପକ୍ଷରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମକୁ ଗୁମ୍ମା ସିଆରସି ସାଗର ପାଳ,ଶିକ୍ଷକ ଜି ଆନନ୍ଦ,ବିଗ୍ନରାଜ ମୋଲିକ, ସୁବ୍ରତ ପାଣିଗ୍ରାହୀ,ପିନ୍ଦାସ ବେବର୍ତା ଓ ବିସ୍ମ ପଣ୍ଡା ପରିଚାଳନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ଟିମ ଦ୍ୱାରା ବାଲ୍ୟ ବିବାହ ହେବାକୁ ଯାଉଥିବା ଯୁବତୀ ଉଦ୍ଧାର ପାରଳାଖେମୁଣ୍ଡି:୨୮/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ବୈଶାଳୀ ପଟ୍ଟନାୟକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଲେ ଯେ, ଗଜପତି ଜିଲ୍ଲା ଗୋଶାଣି ବ୍ଲକର ଗାରବନ୍ଧ ଗ୍ରାମରେ ଏକ ବାଲ୍ୟ ବିବାହ ହେବାକୁ ଯାଉଅଛି, ଏହି ଖବର ପାଇବା ପରେ ତତକ୍ଷଣାତ ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଜଣାଇଥିଲେ, ଏବଂ ଏହାପରେ ସଙ୍ଗେ ସଙ୍ଗେ ଏକ ଦଳ ଗଠନ କରାଯାଇଥିଲା, ଯେଉଁଥିରେ ଗୋଶାଣି ବ୍ଲକ ର ଆସିଡିଏସର ସୁପରଭାଜର, ଡିସିପିୟୁ ର ପରାମର୍ଶଦାତା ,ଚାଇଲ୍ଡ ହେଲ୍ପ ଲାଇନର ସୁପରଭାଇଜର, ସଖୀ କେନ୍ଦ୍ରର ସଦସ୍ୟା, ଆଭା NGOର ସଦସ୍ୟା , ଗାରାବନ୍ଧ ଥାନାର IIC ମିଳିତ ଭାବରେ ଉକ୍ତ ଗ୍ରାମକୁ ଯାଇ ବାଲ୍ୟ ବିବାହ କରିବାକୁ ଥିବା ପରିବାରକୁ ବାଲ୍ୟ ବିବାହ ନିରୋଧ ଆଇନ ଓ ତାର ଦଣ୍ଡ ବିଧାନ ବିଷୟରେ ବୁଝାଇଥିଲେ ଏବଂ ଝିଅଟିର ବୟସ ୧୫ ବର୍ଷ ୫ ମାସ ହୋଇଥିବାରୁ ଝିଅକୁ ଉଦ୍ଧାର କରି ଶିଶୁ କଲ୍ୟାଣ ସମିତି ଗଜପତିଙ୍କ ଠାରେ ଉପସ୍ଥାପନା କରିଥିଲେ ଏବଂ ଶିଶୁ କଲ୍ୟାଣ ସମିତିର ଆଦେଶକ୍ରମେ ଶିଶୁଟିକୁ ଅଧିକ ପରାମର୍ଶସେବା ଯୋଗାଇ ଦେବା ନିମନ୍ତେ ସକ୍ଷୀ one stop centre କୁ ପଠାଯାଇଥିଲା । ଶିଶୁଟିର ଉଜ୍ଜଳ ଭବିଷ୍ୟତ ନିମନ୍ତେ ପରିବାରର ସଦସ୍ୟ ଆଗାମୀ ଦିନରେ ଶିଶୁକୁ ପାଠ ପଢାଇବେ ଏବଂ ବୟସ ନହେବା ପର୍ଯ୍ୟନ୍ତ ଶିଶୁର ବିବାହ କରିବେ ନାହିଁ ବୋଲି ଲିଖିତ ଭାବେ ଦରଖାସ୍ତ ଦେଇଥିଲେ । ପୁଣି ଆଗାମୀ ଦିନରେ ଶିଶୁଟିର ଭବିଷ୍ୟତ ପାଇଁ ବାଲ୍ୟ ବିବାହ ନିଷେଧକାରିଣୀ ଅଧିକାରିଣୀ ଝିଅଟିକୁ ପରାମର୍ଶ ଦେବା ସହ ଶିକ୍ଷାକୁ ସୁନିଶ୍ଚିତ କରିବେ ବୋଲି ଜଣାପଢ଼ିଛି.।