Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ସ୍ୱେଚ୍ଛାସେବୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ସମ୍ବଲପୁର:ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀମାନଙ୍କ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତ ସଭାପତିତ୍ୱ କରିଥିବା ବେଳେ ପ୍ରଶିକ୍ଷକ ଭାବରେ ମହୁଲପାଲି ଡିଗ୍ରୀ ମହାବିଦ୍ୟାଲୟର ଶିକ୍ଷା ଅଧ୍ୟାପକ ତଥା ଜାତୀୟ ସେବା ଯୋଜନାର ସମ୍ବଲପୁର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଶାନ୍ତନୁ ପ୍ରଧାନ ଯୋଗଦେଇ ସ୍ୱେଚ୍ଛାସେବୀଙ୍କୁ ପ୍ରଶିକ୍ଷଣ ଦେଇଥିଲେ।ଜାତୀୟ ସେବା ଯୋଜନା ର ଇତିହାସ, ଲକ୍ଷ୍ୟ ଓ ଉଦେଶ୍ୟ ତଥା ନିଜ କ୍ୟାରିଅର ଗଠନ ରେ ଏହାର ଉପାଦେୟତା ସମ୍ପର୍କରେ ବିଶଦ ଭାବରେ ଆଲୋଚନା କରିଥିଲେ। ଅଧ୍ୟାପକ ରବିନ୍ଦ୍ରନାରାୟଣ ଠାକୁର ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ ଓ ଛାତ୍ର ଛାତ୍ରୀ ଙ୍କୁ ଉଷାହିତ କରିଥିଲେ।। ବିଦ୍ୟାଳୟର ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ବନୋଜ କୁମାର ସାହୁ ଅତିଥି ପରିଚୟ ସହ ପ୍ରାରମ୍ଭିକ ସୂଚନା ପ୍ରଦାନ ଓ ଧନ୍ୟବାଦ ଅର୍ପଣ କରିଥିଲେ। ଦିଲୀପ କୁମାର ମିଶ୍ର,ସୁଶ୍ରୀତ ଷଡଙ୍ଗୀ,ଚୈତନ୍ଯ ସେନାପତି, ପ୍ରମୋଦ ଲହରିଆ ପ୍ରମୁଖ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।