Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାରେ ବିଜେଡ଼ି ପକ୍ଷରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଜନସମ୍ପର୍କ ପଦଯାତ୍ରା ଆରମ୍ଭ

ପାରଳାଖେମୁଣ୍ଡି:୬/୧୦(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାରେ ରେ ବିଜେଡ଼ି ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ଗୋଷlଣୀ ବ୍ଲକ ଅନ୍ତର୍ଗତ ଲାବଣ୍ୟଗଡ଼ ଠାରୁ ବାଘଶାଳା ପର୍ଯ୍ୟନ୍ତ ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା ଏହି ଜନସଂପର୍କ ପଦଯାତ୍ରା ରେ ଗଜପତି ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗାଵାରା ତିରୁପତି ରାଓ, ବିଜେଡି ରାଜ୍ୟ ସମ୍ପାଦକ ପ୍ରଦୀପ କୁମାର ନାୟକ, ବସନ୍ତ ଦାସ, ଗୋଷାଣୀ ବ୍ଲକ ଅଧ୍ୟକ୍ଷ ଏନ୍ ବୀର ରାଜୁ, ଜିଲ୍ଲା ପରିଷଦ ସଭ୍ୟଏସ.ବାଲାରାଜୁ,ଜିଲ୍ଲା ବିଜେଡି ଯୁବ ସଭାପତି ଏସ ଲିଙ୍ଗରାଜୁ, ଜିଲ୍ଲା ବିଜେଡି ଛାତ୍ର ସଭାପତି ବିଶ୍ୱଜିତ୍ ତ୍ରୀପାଠୀ,ବରିଷ୍ଠ ବିଜେଡି ନେତା ରାମଚନ୍ଦ୍ର ରାଓ, ଏସ ଗଜପତି ରାଓ, ନିର ଭୂୟାଁ, ବିଜେଡ଼ି ଯୁବ ସଭାପତି ଏସ ଲିଙ୍ଗରାଜ, ପୌର ଅଧକ୍ଷା ନିର୍ମଳା ସେଠି କାଶୀନଗର ବ୍ଲକ ଅଧକ୍ଷା ବାଲା ସାଇଆମ୍ମା, ବ୍ଲକ ସଭାପତି ଇଶ୍ୱର ରାଓ, ବରିଷ୍ଠ ବିଜେଡି ନେତା ଗଜପତି ରାଓ ଙ୍କ ସମେତ ହଜାର ହଜାର ସଂଖ୍ୟାରେ ବିଜୁ ପ୍ରେମୀ ଯୋଗ ଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l